42ଏତ୍ସରର ପୁତ୍ର ବିଲ୍ହନ୍ ଓ ସାବନ୍, ଯାକନ୍। ଦୀଶନ୍ର ପୁତ୍ର ଊଷ୍ ଓ ଅରାନ୍।
43ଇସ୍ରାଏଲ-ସନ୍ତାନଗଣ ଉପରେ କୌଣସି ରାଜା ରାଜତ୍ୱ କରିବା ପୂର୍ବେ ଏହିସବୁ ରାଜା ଇଦୋମ ଦେଶରେ ରାଜତ୍ୱ କରିଥିଲେ; ବିୟୋରର ପୁତ୍ର ବେଲା; ତାଙ୍କର ନଗରର ନାମ ଦିନ୍ହାବା ଥିଲା।
44ଯେତେବେଳେ ବେଲାଙ୍କ ମୃତ୍ୟୁୁ ହେଲା, ଆଉ ବେଲାଙ୍କ ମୃତ୍ୟୁୁ ହୁଅନ୍ତେ ତହୁଁ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍ ତାଙ୍କର ପଦରେ ରାଜ୍ୟ କଲେ।
45ଆଉ ଯୋବବ୍ ମରନ୍ତେ, ତୈମନ୍ ଦେଶୀୟ ହୂଶମ୍ ତାଙ୍କର ପଦରେ ରାଜ୍ୟ କଲେ।
46ପୁଣି, ହୂଶମ୍ ମଲା ଉତ୍ତାରେ ବଦଦର ପୁତ୍ର ଯେଉଁ ହଦଦ୍ ମୋୟାବ-ପଦାରେ ମିଦୀୟନକୁ ପରାସ୍ତ କରିଥିଲେ, ସେ ତାଙ୍କ ପଦରେ ରାଜ୍ୟ କଲେ; ତାଙ୍କର ନଗରର ନାମ ଅବୀତ୍ ଥିଲା।