ପ୍ରଥମ ବଂଶାବଳୀ 10

ଏଥିମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍‍ବୋୟ ପର୍ବତରେ ହତ ହୋଇ ପଡ଼ିଲେ।

1 Chronicles 10:1 (UKJV) Now the Philistines fought against Israel; and the men of Israel fled from before the Philistines, and fell down slain in mount Gilboa.

1ଏଥିମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍‍ବୋୟ ପର୍ବତରେ ହତ ହୋଇ ପଡ଼ିଲେ।

2ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କ ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ, ଅବୀନାଦବକୁ ଓ ମଲ୍‍କୀଶୂୟକୁ ବଧ କଲେ।

3ଏହିରୂପେ ଶାଉଲଙ୍କ ସଙ୍ଗେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଆହତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.