11ଏଉତ୍ତାରେ ଯାବେଶ-ଗିଲୀୟଦୀୟ ସମସ୍ତେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ ସକଳ କର୍ମର ସମ୍ବାଦ ପାଆନ୍ତେ,
12ସମସ୍ତ ବିକ୍ରମଶାଳୀ ଲୋକ ଉଠି ଶାଉଲଙ୍କର ଶରୀର ଓ ତାଙ୍କର ପୁତ୍ରମାନଙ୍କ ଶରୀର ଯାବେଶକୁ ନେଇ ଆସିଲେ ଓ ଯାବେଶସ୍ଥ ଅଲୋନ ବୃକ୍ଷ ମୂଳେ ସେମାନଙ୍କର ଅସ୍ଥି ପୋତି ସାତ ଦିନ ଉପବାସ କଲେ।
13ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ଅବିଶ୍ଵସ୍ତତା ସକାଶୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ।
14ଏହେତୁ ସେ ତାଙ୍କୁ ବଧ କଲେ ଓ ଯିଶୀର ପୁତ୍ର ଦାଉଦଙ୍କୁ ରାଜ୍ୟ ଦେଲେ।