3ଏହିରୂପେ ଶାଉଲଙ୍କ ସଙ୍ଗେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଆହତ ହେଲେ।
4ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, “ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ କୌତୁକ କରିବେ।” ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।
5ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କର ଅସ୍ତ୍ରବାହକ ସେହିପରି ଆପଣା ଖଡ୍ଗ ଉପରେ ପଡ଼ି ମଲା।
6ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ସମସ୍ତ ପରିଜନ ଏକାସଙ୍ଗେ ମଲେ।
7ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିସ୍ଥ ସମସ୍ତ ଇସ୍ରାଏଲ ଲୋକ ଆପଣାମାନଙ୍କ ନଗରସବୁ ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ।