6ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ସମସ୍ତ ପରିଜନ ଏକାସଙ୍ଗେ ମଲେ।
7ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିସ୍ଥ ସମସ୍ତ ଇସ୍ରାଏଲ ଲୋକ ଆପଣାମାନଙ୍କ ନଗରସବୁ ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ।
8ଏଥିଉତ୍ତାରେ ପରଦିନ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ପୁତ୍ରମାନଙ୍କୁ ଗିଲ୍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ।
9ତହୁଁ ସେମାନେ ତାଙ୍କର ସଜ୍ଜା ଫିଟାଇ ତାଙ୍କର ମସ୍ତକ ଓ ସଜ୍ଜା ନେଇ ଆପଣାମାନଙ୍କ ଦେବପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ।
10ପୁଣି, ସେମାନେ ତାଙ୍କର ସଜ୍ଜା ଆପଣାମାନଙ୍କ ଦେବ ମନ୍ଦିରରେ ରଖିଲେ ଓ ତାଙ୍କର ମସ୍ତକକୁ ଦାଗୋନ୍ ମନ୍ଦିରରେ ଟାଙ୍ଗି ଦେଲେ।