ପ୍ରଥମ ବଂଶାବଳୀ 10

ତହୁଁ ସେମାନେ ତାଙ୍କର ସଜ୍ଜା ଫିଟାଇ ତାଙ୍କର ମସ୍ତକ ଓ ସଜ୍ଜା ନେଇ ଆପଣାମାନଙ୍କ ଦେବପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ।

1 Chronicles 10:9 (UKJV) And when they had stripped him, they took his head, and his armour, and sent into the land of the Philistines round about, to carry tidings unto their idols, and to the people.

7ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିସ୍ଥ ସମସ୍ତ ଇସ୍ରାଏଲ ଲୋକ ଆପଣାମାନଙ୍କ ନଗରସବୁ ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ।

8ଏଥିଉତ୍ତାରେ ପରଦିନ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ପୁତ୍ରମାନଙ୍କୁ ଗିଲ୍‍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ।

9ତହୁଁ ସେମାନେ ତାଙ୍କର ସଜ୍ଜା ଫିଟାଇ ତାଙ୍କର ମସ୍ତକ ଓ ସଜ୍ଜା ନେଇ ଆପଣାମାନଙ୍କ ଦେବପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ।

10ପୁଣି, ସେମାନେ ତାଙ୍କର ସଜ୍ଜା ଆପଣାମାନଙ୍କ ଦେବ ମନ୍ଦିରରେ ରଖିଲେ ଓ ତାଙ୍କର ମସ୍ତକକୁ ଦାଗୋନ୍‍ ମନ୍ଦିରରେ ଟାଙ୍ଗି ଦେଲେ।

11ଏଉତ୍ତାରେ ଯାବେଶ-ଗିଲୀୟଦୀୟ ସମସ୍ତେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ ସକଳ କର୍ମର ସମ୍ବାଦ ପାଆନ୍ତେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.