12ପୁଣି, ତାହା ଉତ୍ତାରେ ଅହୋହୀୟ ଦୋଦୟର ପୁତ୍ର ଇଲୀୟାସର, ସେ ତିନି ବୀରଙ୍କ ମଧ୍ୟରେ ପ୍ରଧାନ ଥିଲା।
13ସେ ପଶଦମ୍ମୀମରେ ଦାଉଦଙ୍କ ସଙ୍ଗରେ ଥିଲା, ସେଠାରେ ପଲେଷ୍ଟୀୟମାନେ ଯୁଦ୍ଧାର୍ଥେ ଏକତ୍ର ହୋଇଥିଲେ, ସେଠାରେ ଯବପୂର୍ଣ୍ଣ ଖଣ୍ଡେ ଭୂମି ଥିଲା; ଆଉ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଉଥିଲେ;
14ଏଥିରେ ସେମାନେ ସେହି ଭୂମିଖଣ୍ଡ ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲେ ଓ ପଲେଷ୍ଟୀୟମାନଙ୍କୁ ବଧ କଲେ; ପୁଣି, ସଦାପ୍ରଭୁ ମହା ଜୟ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ।
15ଆଉ ତିରିଶ ଜଣ ପ୍ରଧାନଙ୍କ ମଧ୍ୟରୁ ତିନି ଜଣ ଶୈଳକୁ, ଅର୍ଥାତ୍, ଅଦୁଲ୍ଲମ ଗୁମ୍ଫାକୁ ଦାଉଦଙ୍କ ନିକଟକୁ ଗଲେ। ସେତେବେଳେ ପଲେଷ୍ଟୀୟ ସୈନ୍ୟ ରଫାୟୀମ ଉପତ୍ୟକାରେ ଛାଉଣି ସ୍ଥାପନ କରିଥିଲେ।
16ପୁଣି, ସେସମୟରେ ଦାଉଦ ଦୁର୍ଗମ ସ୍ଥାନରେ ଥିଲେ ଓ ପଲେଷ୍ଟୀୟମାନଙ୍କର ପ୍ରହରୀ-ସୈନ୍ୟଦଳ ବେଥଲିହିମରେ ଥିଲେ।