ପ୍ରଥମ ବଂଶାବଳୀ 11

ଗତ ଦିନରେ ଶାଉଲ ରାଜା ଥିଲା ବେଳେ ତୁମ୍ଭେ ଇସ୍ରାଏଲକୁ ବାହାରେ ଓ ଭିତରେ ଗମନାଗମନ କରାଉଥିଲ; ପୁଣି, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ କହିଅଛନ୍ତି, ‘ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କର ଅଗ୍ରଣୀ ହେବ।’”

1 Chronicles 11:2 (UKJV) And moreover in time past, even when Saul was king, you were he that led out and brought in Israel: and the LORD your God said unto you, You shall feed my people Israel, and you shall be ruler over my people Israel.

1ଏଥିଉତ୍ତାରେ ସମୁଦାୟ ଇସ୍ରାଏଲ ହିବ୍ରୋଣରେ ଦାଉଦଙ୍କ ନିକଟରେ ଏକତ୍ର ହୋଇ କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।

2ଗତ ଦିନରେ ଶାଉଲ ରାଜା ଥିଲା ବେଳେ ତୁମ୍ଭେ ଇସ୍ରାଏଲକୁ ବାହାରେ ଓ ଭିତରେ ଗମନାଗମନ କରାଉଥିଲ; ପୁଣି, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ କହିଅଛନ୍ତି, ‘ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କର ଅଗ୍ରଣୀ ହେବ।’”

3ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗେ ନିୟମ କଲେ; ପୁଣି, ଶାମୁୟେଲଙ୍କ ହସ୍ତରେ ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।

4ଏଥିଉତ୍ତାରେ ଦାଉଦ ଓ ସମଗ୍ର ଇସ୍ରାଏଲ ଯିରୂଶାଲମକୁ, ଅର୍ଥାତ୍‍, ଯିବୂଷକୁ ଗଲେ; ସେହି ସମୟରେ ଦେଶ ନିବାସୀ ଯିବୂଷୀୟମାନେ ସେଠାରେ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.