ପ୍ରଥମ ବଂଶାବଳୀ 11

ସେହି ତିନି ଜଣଙ୍କ ମଧ୍ୟରେ ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା; କାରଣ ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା; ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା।

1 Chronicles 11:20 (UKJV) And Abishai the brother of Joab, he was chief of the three: for lifting up his spear against three hundred, he slew them, and had a name among the three.

18ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ଦାଉଦ ତହିଁରୁ ପାନ କରିବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ, ଆଉ କହିଲେ,

19“ମୋʼ ପରମେଶ୍ୱର ଏପରି କର୍ମ କରିବାକୁ ମୋତେ ନ ଦେଉନ୍ତୁ; ପ୍ରାଣପଣରେ ଗମନକାରୀ ଏହି ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? କାରଣ ସେମାନେ ପ୍ରାଣପଣରେ ତାହା ଆଣିଅଛନ୍ତି।” ଏଣୁ ସେ ତାହା ପାନ କରିବାକୁ ସମ୍ମତ ହେଲେ ନାହିଁ। ଏହି ସକଳ କର୍ମ ସେହି ତିନି ବୀର କରିଥିଲେ।

20ସେହି ତିନି ଜଣଙ୍କ ମଧ୍ୟରେ ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା; କାରଣ ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା; ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା।

21ଏହି ତିନିଙ୍କ ମଧ୍ୟରେ ସେ ଦୁଇ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା ଓ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା।

22ପରାକ୍ରାନ୍ତ କର୍ମକାରୀ କବ୍‍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟେଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.