20ସେହି ତିନି ଜଣଙ୍କ ମଧ୍ୟରେ ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା; କାରଣ ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା; ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା।
21ଏହି ତିନିଙ୍କ ମଧ୍ୟରେ ସେ ଦୁଇ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା ଓ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା।
22ପରାକ୍ରାନ୍ତ କର୍ମକାରୀ କବ୍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟେଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।
23ଆହୁରି ସେ ପାଞ୍ଚ ହାତ ଦୀର୍ଘ ବୃହତକାୟ ଏକ ମିସରୀୟ ପୁରୁଷକୁ ବଧ କଲା; ସେହି ମିସରୀୟ ହସ୍ତରେ ତନ୍ତୀର ନରାଜ ତୁଲ୍ୟ ଏକ ବର୍ଚ୍ଛା ଥିଲା; ପୁଣି, ବନାୟ ଏକ ଯଷ୍ଟି ନେଇଯାଇ ସେହି ମିସରୀୟର ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା।
24ଯିହୋୟାଦାର ପୁତ୍ର ବନାୟ ଏହିସବୁ କର୍ମ କଲା, ଏଣୁ ସେ ଏହି ତିନି ବୀରଙ୍କ ମଧ୍ୟରେ ନାମ ପାଇଲା।