22ପରାକ୍ରାନ୍ତ କର୍ମକାରୀ କବ୍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟେଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।
23ଆହୁରି ସେ ପାଞ୍ଚ ହାତ ଦୀର୍ଘ ବୃହତକାୟ ଏକ ମିସରୀୟ ପୁରୁଷକୁ ବଧ କଲା; ସେହି ମିସରୀୟ ହସ୍ତରେ ତନ୍ତୀର ନରାଜ ତୁଲ୍ୟ ଏକ ବର୍ଚ୍ଛା ଥିଲା; ପୁଣି, ବନାୟ ଏକ ଯଷ୍ଟି ନେଇଯାଇ ସେହି ମିସରୀୟର ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା।
24ଯିହୋୟାଦାର ପୁତ୍ର ବନାୟ ଏହିସବୁ କର୍ମ କଲା, ଏଣୁ ସେ ଏହି ତିନି ବୀରଙ୍କ ମଧ୍ୟରେ ନାମ ପାଇଲା।
25ଦେଖ, ସେ ତିରିଶ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ।
26ଆହୁରି ସୈନ୍ୟ ମଧ୍ୟରେ ଏହି ବୀରମାନେ ଥିଲେ; ଯଥା, ଯୋୟାବର ଭ୍ରାତା ଅସାହେଲ, ବେଥଲିହିମସ୍ଥ ଦୋଦୟର ପୁତ୍ର ଇଲ୍ହାନନ୍;