24ଯିହୋୟାଦାର ପୁତ୍ର ବନାୟ ଏହିସବୁ କର୍ମ କଲା, ଏଣୁ ସେ ଏହି ତିନି ବୀରଙ୍କ ମଧ୍ୟରେ ନାମ ପାଇଲା।
25ଦେଖ, ସେ ତିରିଶ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ।
26ଆହୁରି ସୈନ୍ୟ ମଧ୍ୟରେ ଏହି ବୀରମାନେ ଥିଲେ; ଯଥା, ଯୋୟାବର ଭ୍ରାତା ଅସାହେଲ, ବେଥଲିହିମସ୍ଥ ଦୋଦୟର ପୁତ୍ର ଇଲ୍ହାନନ୍;
27ହରୋରୀୟ ଶମ୍ମୋତ୍, ପଲୋନୀୟ ହେଲସ୍,
28ତକୋୟୀୟ ଇକ୍କେଶର ପୁତ୍ର ଈରା, ଅନାଥୋତୀୟ ଅବୀୟେଷର;