ପ୍ରଥମ ବଂଶାବଳୀ 11

ପୁଣି, ଦାଉଦ ସେହି ଦୃଢ଼ ଗଡ଼ରେ ବାସ କଲେ; ଏହେତୁ ଲୋକମାନେ ତାକୁ ଦାଉଦ-ନଗର ନାମ ଦେଲେ।

1 Chronicles 11:7 (UKJV) And David dwelt in the castle; therefore they called it the city of David.

5ତହିଁରେ ଯିବୂଷ ନିବାସୀମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନକୁ ଆସିପାରିବ ନାହିଁ।” ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ହସ୍ତଗତ କଲେ; ତାହା ଦାଉଦ-ନଗର ହେଲା।

6ଆଉ ଦାଉଦ କହିଲେ, “ଯେକେହି ପ୍ରଥମେ ଯିବୂଷୀୟମାନଙ୍କୁ ଆଘାତ କରିବ, ସେ ପ୍ରଧାନ ଓ ସେନାପତି ହେବ।” ତହିଁରେ ସରୁୟାର ପୁତ୍ର ଯୋୟାବ ପ୍ରଥମେ ଗଲା ଓ ପ୍ରଧାନ କରାଗଲା।

7ପୁଣି, ଦାଉଦ ସେହି ଦୃଢ଼ ଗଡ଼ରେ ବାସ କଲେ; ଏହେତୁ ଲୋକମାନେ ତାକୁ ଦାଉଦ-ନଗର ନାମ ଦେଲେ।

8ଆଉ ଦାଉଦ ଚତୁର୍ଦ୍ଦିଗରେ, ଅର୍ଥାତ୍‍, ମିଲ୍ଲୋଠାରୁ ଚତୁର୍ଦ୍ଦିଗରେ ନଗର ନିର୍ମାଣ କଲେ; ପୁଣି, ଯୋୟାବ ନଗରର ଅବଶିଷ୍ଟ ସ୍ଥାନ ପୁନଃନିର୍ମାଣ କଲେ।

9ତହୁଁ ଦାଉଦ ଆହୁରି ଆହୁରି ମହାନ ହେଲେ; କାରଣ ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କ ସହ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.