1ଯେଉଁ ସମୟରେ ଦାଉଦ କୀଶ୍ର ପୁତ୍ର ଶାଉଲଙ୍କର ଭୟରେ ଆପଣାକୁ ରୁଦ୍ଧ କରିଥିଲେ, ସେହି ସମୟରେ ଏହି ଲୋକମାନେ ସିକ୍ଲଗ୍କୁ ତାଙ୍କ ନିକଟକୁ ଆସିଥିଲେ; ସେମାନେ ଯୁଦ୍ଧରେ ତାଙ୍କର ସାହାଯ୍ୟକାରୀ ବୀରମାନଙ୍କ ମଧ୍ୟରେ ଗଣିତ ଥିଲେ।
2ସେମାନେ ଧନୁର୍ଦ୍ଧାରୀ, ଆଉ ଦକ୍ଷିଣ ଓ ବାମ ଉଭୟ ହସ୍ତରେ ଛାଟିଣୀ-ପ୍ରସ୍ତର ଓ ଧନୁରୁ ତୀର କ୍ଷେପଣ କରିବାରେ ନିପୁଣ ଥିଲେ; ସେମାନେ ଶାଉଲଙ୍କର ଜ୍ଞାତି ବିନ୍ୟାମୀନୀୟ ଲୋକ ଥିଲେ।
3ସେମାନଙ୍କ ମଧ୍ୟରେ ପ୍ରଧାନ ଅହୀୟେଷର, ତହିଁ ଉତ୍ତାରେ ଯୋୟାଶ୍, ଏମାନେ ଗିବୀୟାଥୀୟ ଶମାୟର ପୁତ୍ର; ଅସ୍ମାବତ୍ର ପୁତ୍ର ଯିଷୀୟେଲ୍, ପେଲଟ୍, ଅନାଥୋତୀୟ ବରାଖା ଓ ଯେହୂ;