13ଦଶମ ଯିରିମୀୟ, ଏକାଦଶ ମଗ୍ବନ୍ନୟ।
14ଗାଦ୍ର ଏହି ସନ୍ତାନମାନେ ସେନାପତି ଥିଲେ, ଏମାନଙ୍କ ମଧ୍ୟରେ ଯେଉଁ ଜଣ କ୍ଷୁଦ୍ର, ସେ ଏକ ଶତ ଲୋକର ଓ ଯେ ମହାନ, ସେ ଏକ ସହସ୍ର ଲୋକର ସମାନ ଥିଲା।
15ଏମାନେ ପ୍ରଥମ ମାସରେ ଯର୍ଦ୍ଦନର ଜଳ ସମସ୍ତ ତୀର ଉପରେ ଉଚ୍ଛୁଳିବା ସମୟରେ ନଦୀ ପାର ହୋଇ ଯାଇଥିଲେ; ଆଉ ସେମାନେ ଉପତ୍ୟକା ସମୂହର ପୂର୍ବ ଓ ପଶ୍ଚିମ ଦିଗ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।
16ଆହୁରି ବିନ୍ୟାମୀନ୍ ଓ ଯିହୁଦା-ସନ୍ତାନମାନଙ୍କ ମଧ୍ୟରୁ କେତେ ଲୋକ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ।
17ତହିଁରେ ଦାଉଦ ସେମାନଙ୍କୁ ଭେଟିବା ପାଇଁ ଯାଇ ଉତ୍ତର କରି କହିଲେ, “ଯଦି ତୁମ୍ଭେମାନେ ନିର୍ବିରୋଧ ଭାବରେ ମୋହର ସାହାଯ୍ୟ କରିବା ପାଇଁ ମୋʼ ନିକଟକୁ ଆସିଥାଅ, ତେବେ ମୋହର ଅନ୍ତଃକରଣ ତୁମ୍ଭମାନଙ୍କଠାରେ ସଂଯୁକ୍ତ ହେବ; ମାତ୍ର ମୋʼ ହସ୍ତରେ କୌଣସି ଦୌରାତ୍ମ୍ୟ ନ ଥିଲେ ହେଁ ଯଦି ତୁମ୍ଭେମାନେ ମୋʼ ଶତ୍ରୁମାନଙ୍କ ହସ୍ତରେ ମୋତେ ସମର୍ପଣ କରିବାକୁ ଆସିଥାଅ, ତେବେ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ତାହା ଦେଖନ୍ତୁ ଓ ଅନୁଯୋଗ କରନ୍ତୁ।”