ପ୍ରଥମ ବଂଶାବଳୀ 12

ଆହୁରି ବିନ୍ୟାମୀନ୍ ଓ ଯିହୁଦା-ସନ୍ତାନମାନଙ୍କ ମଧ୍ୟରୁ କେତେ ଲୋକ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ।

1 Chronicles 12:16 (UKJV) And there came of the children of Benjamin and Judah to the hold unto David.

14ଗାଦ୍‍ର ଏହି ସନ୍ତାନମାନେ ସେନାପତି ଥିଲେ, ଏମାନଙ୍କ ମଧ୍ୟରେ ଯେଉଁ ଜଣ କ୍ଷୁଦ୍ର, ସେ ଏକ ଶତ ଲୋକର ଓ ଯେ ମହାନ, ସେ ଏକ ସହସ୍ର ଲୋକର ସମାନ ଥିଲା।

15ଏମାନେ ପ୍ରଥମ ମାସରେ ଯର୍ଦ୍ଦନର ଜଳ ସମସ୍ତ ତୀର ଉପରେ ଉଚ୍ଛୁଳିବା ସମୟରେ ନଦୀ ପାର ହୋଇ ଯାଇଥିଲେ; ଆଉ ସେମାନେ ଉପତ୍ୟକା ସମୂହର ପୂର୍ବ ଓ ପଶ୍ଚିମ ଦିଗ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।

16ଆହୁରି ବିନ୍ୟାମୀନ୍ ଓ ଯିହୁଦା-ସନ୍ତାନମାନଙ୍କ ମଧ୍ୟରୁ କେତେ ଲୋକ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ।

17ତହିଁରେ ଦାଉଦ ସେମାନଙ୍କୁ ଭେଟିବା ପାଇଁ ଯାଇ ଉତ୍ତର କରି କହିଲେ, “ଯଦି ତୁମ୍ଭେମାନେ ନିର୍ବିରୋଧ ଭାବରେ ମୋହର ସାହାଯ୍ୟ କରିବା ପାଇଁ ମୋʼ ନିକଟକୁ ଆସିଥାଅ, ତେବେ ମୋହର ଅନ୍ତଃକରଣ ତୁମ୍ଭମାନଙ୍କଠାରେ ସଂଯୁକ୍ତ ହେବ; ମାତ୍ର ମୋʼ ହସ୍ତରେ କୌଣସି ଦୌରାତ୍ମ୍ୟ ନ ଥିଲେ ହେଁ ଯଦି ତୁମ୍ଭେମାନେ ମୋʼ ଶତ୍ରୁମାନଙ୍କ ହସ୍ତରେ ମୋତେ ସମର୍ପଣ କରିବାକୁ ଆସିଥାଅ, ତେବେ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ତାହା ଦେଖନ୍ତୁ ଓ ଅନୁଯୋଗ କରନ୍ତୁ।”

18ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.