ପ୍ରଥମ ବଂଶାବଳୀ 12

ସେମାନେ ଧନୁର୍ଦ୍ଧାରୀ, ଆଉ ଦକ୍ଷିଣ ଓ ବାମ ଉଭୟ ହସ୍ତରେ ଛାଟିଣୀ-ପ୍ରସ୍ତର ଓ ଧନୁରୁ ତୀର କ୍ଷେପଣ କରିବାରେ ନିପୁଣ ଥିଲେ; ସେମାନେ ଶାଉଲଙ୍କର ଜ୍ଞାତି ବିନ୍ୟାମୀନୀୟ ଲୋକ ଥିଲେ।

1 Chronicles 12:2 (UKJV) They were armed with bows, and could use both the right hand and the left in hurling stones and shooting arrows out of a bow, even of Saul's brethren of Benjamin.

1ଯେଉଁ ସମୟରେ ଦାଉଦ କୀଶ୍‍ର ପୁତ୍ର ଶାଉଲଙ୍କର ଭୟରେ ଆପଣାକୁ ରୁଦ୍ଧ କରିଥିଲେ, ସେହି ସମୟରେ ଏହି ଲୋକମାନେ ସିକ୍ଲଗ୍‍କୁ ତାଙ୍କ ନିକଟକୁ ଆସିଥିଲେ; ସେମାନେ ଯୁଦ୍ଧରେ ତାଙ୍କର ସାହାଯ୍ୟକାରୀ ବୀରମାନଙ୍କ ମଧ୍ୟରେ ଗଣିତ ଥିଲେ।

2ସେମାନେ ଧନୁର୍ଦ୍ଧାରୀ, ଆଉ ଦକ୍ଷିଣ ଓ ବାମ ଉଭୟ ହସ୍ତରେ ଛାଟିଣୀ-ପ୍ରସ୍ତର ଓ ଧନୁରୁ ତୀର କ୍ଷେପଣ କରିବାରେ ନିପୁଣ ଥିଲେ; ସେମାନେ ଶାଉଲଙ୍କର ଜ୍ଞାତି ବିନ୍ୟାମୀନୀୟ ଲୋକ ଥିଲେ।

3ସେମାନଙ୍କ ମଧ୍ୟରେ ପ୍ରଧାନ ଅହୀୟେଷର, ତହିଁ ଉତ୍ତାରେ ଯୋୟାଶ୍‍, ଏମାନେ ଗିବୀୟାଥୀୟ ଶମାୟର ପୁତ୍ର; ଅସ୍ମାବତ୍‍ର ପୁତ୍ର ଯିଷୀୟେଲ୍‍, ପେଲଟ୍‍, ଅନାଥୋତୀୟ ବରାଖା ଓ ଯେହୂ;

4ପୁଣି, ଗିବୀୟୋନୀୟ ଯିଶ୍ମୟୀୟ, ସେ ତିରିଶ ଜଣଙ୍କ ମଧ୍ୟରେ ଗଣିତ ବୀର ଓ ତିରିଶ ଜଣଙ୍କ ଉପରେ ନିଯୁକ୍ତ; ଆଉ ଯିରିମୀୟ, ଯହସୀୟେଲ, ଯୋହାନନ୍‍, ଗଦେରାଥୀୟ ଯୋଷାବଦ୍‍;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.