27ପୁଣି, ଯିହୋୟାଦା ହାରୋଣ-ବଂଶର ଅଧ୍ୟକ୍ଷ ଥିଲା, ତାହା ସଙ୍ଗେ ତିନି ହଜାର ସାତ ଶହ ଲୋକ ଥିଲେ।
28ଆଉ ସାଦୋକ ଏକ ବିକ୍ରମଶାଳୀ ଯୁବା ଲୋକ ଥିଲା ଓ ତାହାର ପିତୃବଂଶର ବାଇଶ ଜଣ ସେନାପତି ଥିଲେ।
29ଶାଉଲଙ୍କର ଜ୍ଞାତି ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ ତିନି ହଜାର ଲୋକ; କାରଣ ସେହି ସମୟ ପର୍ଯ୍ୟନ୍ତ ସେମାନଙ୍କର ଅଧିକାଂଶ ଲୋକ ଶାଉଲଙ୍କ ବଂଶର ବଶତା ସ୍ୱୀକାର କଲେ।
30ଇଫ୍ରୟିମ-ସନ୍ତାନଗଣ ମଧ୍ୟରୁ କୋଡ଼ିଏ ହଜାର ଆଠ ଶହ ଲୋକ, ଏମାନେ ମହାବିକ୍ରମଶାଳୀ ଓ ଆପଣା ଆପଣା ପିତୃବଂଶରେ ବିଖ୍ୟାତ ଲୋକ ଥିଲେ।
31ପୁଣି, ମନଃଶିର ଅର୍ଦ୍ଧ ବଂଶରୁ ଅଠର ହଜାର ଲୋକ, ଏମାନେ ଦାଉଦଙ୍କୁ ରାଜା କରିବା ଲାଗି ମନୋନୀତ ଲୋକ ନାମରେ ନିର୍ଦ୍ଦିଷ୍ଟ ହୋଇଥିଲେ।