30ଇଫ୍ରୟିମ-ସନ୍ତାନଗଣ ମଧ୍ୟରୁ କୋଡ଼ିଏ ହଜାର ଆଠ ଶହ ଲୋକ, ଏମାନେ ମହାବିକ୍ରମଶାଳୀ ଓ ଆପଣା ଆପଣା ପିତୃବଂଶରେ ବିଖ୍ୟାତ ଲୋକ ଥିଲେ।
31ପୁଣି, ମନଃଶିର ଅର୍ଦ୍ଧ ବଂଶରୁ ଅଠର ହଜାର ଲୋକ, ଏମାନେ ଦାଉଦଙ୍କୁ ରାଜା କରିବା ଲାଗି ମନୋନୀତ ଲୋକ ନାମରେ ନିର୍ଦ୍ଦିଷ୍ଟ ହୋଇଥିଲେ।
32ଆଉ ଇଷାଖର-ସନ୍ତାନଗଣ ମଧ୍ୟରୁ ଦୁଇ ଶହ ପ୍ରଧାନ ଲୋକ, ଏମାନେ କାଳଜ୍ଞ, ଇସ୍ରାଏଲର କି କର୍ତ୍ତବ୍ୟ, ତାହା ଜାଣିଲେ; ଆଉ ସେମାନଙ୍କ ଭ୍ରାତା ସମସ୍ତେ ସେମାନଙ୍କ ଆଜ୍ଞାବହ ଥିଲେ।
33ସବୂଲୂନ ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ ଓ ସର୍ବପ୍ରକାର ଯୁଦ୍ଧାସ୍ତ୍ର ନେଇ ଯୁଦ୍ଧ ସଜାଇବାକୁ ସମର୍ଥ ପଚାଶ ହଜାର ଲୋକ ଥିଲେ; ସେମାନେ ଯୁଦ୍ଧ ସଜାଇ ପାରିଲେ ଓ ଦ୍ୱିମନା ନ ଥିଲେ।
34ପୁଣି, ନପ୍ତାଲି ମଧ୍ୟରୁ ଏକ ହଜାର ସେନାପତି ଓ ସେମାନଙ୍କ ସଙ୍ଗେ ଢାଲ ଓ ବର୍ଚ୍ଛାଧାରୀ ସଇଁତିରିଶ ହଜାର ଲୋକ ଥିଲେ।