34ପୁଣି, ନପ୍ତାଲି ମଧ୍ୟରୁ ଏକ ହଜାର ସେନାପତି ଓ ସେମାନଙ୍କ ସଙ୍ଗେ ଢାଲ ଓ ବର୍ଚ୍ଛାଧାରୀ ସଇଁତିରିଶ ହଜାର ଲୋକ ଥିଲେ।
35ଆଉ ଦାନୀୟମାନଙ୍କ ମଧ୍ୟରୁ ଯୁଦ୍ଧ ସଜାଇବାକୁ ସମର୍ଥ ଅଠାଇଶ ହଜାର ଛଅ ଶହ ଲୋକ ଥିଲେ।
36ଆଶେର ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ, ଯୁଦ୍ଧ ସଜାଇବାକୁ ସମର୍ଥ ଚାଳିଶ ହଜାର ଲୋକ।
37ଆଉ ଯର୍ଦ୍ଦନର ଅନ୍ୟ ପାରିସ୍ଥିତ ରୁବେନୀୟ, ଗାଦୀୟ ଓ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରୁ ଯୁଦ୍ଧାର୍ଥେ ସର୍ବପ୍ରକାର ଅସ୍ତ୍ରଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ।
38ଯୁଦ୍ଧ ସଜାଇବାକୁ ସମର୍ଥ ଏହି ସକଳ ଯୋଦ୍ଧା ସମ୍ପୂର୍ଣ୍ଣ ଅନ୍ତଃକରଣ ସହିତ ଦାଉଦଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କରିବା ପାଇଁ ହିବ୍ରୋଣକୁ ଆସିଲେ; ମଧ୍ୟ ଇସ୍ରାଏଲର ଅବଶିଷ୍ଟ ସମସ୍ତେ ଦାଉଦଙ୍କୁ ରାଜା କରିବା ପାଇଁ ଏକଚିତ୍ତ ହେଲେ।