35ଆଉ ଦାନୀୟମାନଙ୍କ ମଧ୍ୟରୁ ଯୁଦ୍ଧ ସଜାଇବାକୁ ସମର୍ଥ ଅଠାଇଶ ହଜାର ଛଅ ଶହ ଲୋକ ଥିଲେ।
36ଆଶେର ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ, ଯୁଦ୍ଧ ସଜାଇବାକୁ ସମର୍ଥ ଚାଳିଶ ହଜାର ଲୋକ।
37ଆଉ ଯର୍ଦ୍ଦନର ଅନ୍ୟ ପାରିସ୍ଥିତ ରୁବେନୀୟ, ଗାଦୀୟ ଓ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରୁ ଯୁଦ୍ଧାର୍ଥେ ସର୍ବପ୍ରକାର ଅସ୍ତ୍ରଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ।
38ଯୁଦ୍ଧ ସଜାଇବାକୁ ସମର୍ଥ ଏହି ସକଳ ଯୋଦ୍ଧା ସମ୍ପୂର୍ଣ୍ଣ ଅନ୍ତଃକରଣ ସହିତ ଦାଉଦଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କରିବା ପାଇଁ ହିବ୍ରୋଣକୁ ଆସିଲେ; ମଧ୍ୟ ଇସ୍ରାଏଲର ଅବଶିଷ୍ଟ ସମସ୍ତେ ଦାଉଦଙ୍କୁ ରାଜା କରିବା ପାଇଁ ଏକଚିତ୍ତ ହେଲେ।
39ଆଉ ସେମାନେ ଦାଉଦଙ୍କ ସଙ୍ଗେ ତିନି ଦିନ ଭୋଜନପାନ କରି ସେଠାରେ ରହିଲେ; କାରଣ ସେମାନଙ୍କ ଭ୍ରାତୃଗଣ ସେମାନଙ୍କ ନିମନ୍ତେ ଆୟୋଜନ କରିଥିଲେ।