ପ୍ରଥମ ବଂଶାବଳୀ 12

ଯୁଦ୍ଧ ସଜାଇବାକୁ ସମର୍ଥ ଏହି ସକଳ ଯୋଦ୍ଧା ସମ୍ପୂର୍ଣ୍ଣ ଅନ୍ତଃକରଣ ସହିତ ଦାଉଦଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କରିବା ପାଇଁ ହିବ୍ରୋଣକୁ ଆସିଲେ; ମଧ୍ୟ ଇସ୍ରାଏଲର ଅବଶିଷ୍ଟ ସମସ୍ତେ ଦାଉଦଙ୍କୁ ରାଜା କରିବା ପାଇଁ ଏକଚିତ୍ତ ହେଲେ।

1 Chronicles 12:38 (UKJV) All these men of war, that could keep rank, came with a perfect heart to Hebron, to make David king over all Israel: and all the rest also of Israel were of one heart to make David king.

36ଆଶେର ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ, ଯୁଦ୍ଧ ସଜାଇବାକୁ ସମର୍ଥ ଚାଳିଶ ହଜାର ଲୋକ।

37ଆଉ ଯର୍ଦ୍ଦନର ଅନ୍ୟ ପାରିସ୍ଥିତ ରୁବେନୀୟ, ଗାଦୀୟ ଓ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରୁ ଯୁଦ୍ଧାର୍ଥେ ସର୍ବପ୍ରକାର ଅସ୍ତ୍ରଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ।

38ଯୁଦ୍ଧ ସଜାଇବାକୁ ସମର୍ଥ ଏହି ସକଳ ଯୋଦ୍ଧା ସମ୍ପୂର୍ଣ୍ଣ ଅନ୍ତଃକରଣ ସହିତ ଦାଉଦଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କରିବା ପାଇଁ ହିବ୍ରୋଣକୁ ଆସିଲେ; ମଧ୍ୟ ଇସ୍ରାଏଲର ଅବଶିଷ୍ଟ ସମସ୍ତେ ଦାଉଦଙ୍କୁ ରାଜା କରିବା ପାଇଁ ଏକଚିତ୍ତ ହେଲେ।

39ଆଉ ସେମାନେ ଦାଉଦଙ୍କ ସଙ୍ଗେ ତିନି ଦିନ ଭୋଜନପାନ କରି ସେଠାରେ ରହିଲେ; କାରଣ ସେମାନଙ୍କ ଭ୍ରାତୃଗଣ ସେମାନଙ୍କ ନିମନ୍ତେ ଆୟୋଜନ କରିଥିଲେ।

40ଆହୁରି ଇଷାଖର, ସବୂଲୂନ ଓ ନପ୍ତାଲି ପର୍ଯ୍ୟନ୍ତ ସେମାନଙ୍କ ନିକଟବର୍ତ୍ତୀ ଲୋକମାନେ ଗର୍ଦ୍ଦଭ, ଉଷ୍ଟ୍ର, ଖଚର ଓ ବଳଦ ପୃଷ୍ଠରେ ଖାଦ୍ୟଦ୍ରବ୍ୟ, ଅର୍ଥାତ୍‍, ସୂଜିର ଦ୍ରବ୍ୟ, ଡିମ୍ବିରି ଚକ୍ତି, ଦ୍ରାକ୍ଷାପେଣ୍ଡା, ଦ୍ରାକ୍ଷାରସ, ତୈଳ ଆଣିଲେ, ଆହୁରି ବଳଦ ଓ ମେଷ ବହୁଳ ରୂପେ ଆଣିଲେ; କାରଣ ଇସ୍ରାଏଲ ମଧ୍ୟରେ ଆନନ୍ଦ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.