4ପୁଣି, ଗିବୀୟୋନୀୟ ଯିଶ୍ମୟୀୟ, ସେ ତିରିଶ ଜଣଙ୍କ ମଧ୍ୟରେ ଗଣିତ ବୀର ଓ ତିରିଶ ଜଣଙ୍କ ଉପରେ ନିଯୁକ୍ତ; ଆଉ ଯିରିମୀୟ, ଯହସୀୟେଲ, ଯୋହାନନ୍, ଗଦେରାଥୀୟ ଯୋଷାବଦ୍;
5ଇଲିୟଷୟ, ଯିରେମୋତ୍, ବାଲୀୟା, ଶେମରୀୟ, ହରୂଫୀୟ ଶଫଟୀୟ;
6କୋରହୀୟ ଇଲ୍କାନା, ଯିଶୀୟ, ଅସରେଲ୍, ଯୋୟେଷର୍, ଯାଶ୍ବୀୟାମ୍;
7ଆଉ ଗଦୋର ନିବାସୀ ଯିରୋହମର ପୁତ୍ର ଯୋୟେଲା ଓ ସବଦୀୟ।
8ଆଉ ଗାଦୀୟମାନଙ୍କ ମଧ୍ୟରୁ କେତେକ ଲୋକ ପୃଥକ ହୋଇ ପ୍ରାନ୍ତରସ୍ଥିତ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ; ସେମାନେ ମହାବିକ୍ରମଶାଳୀ, ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ଶିକ୍ଷିତ ଲୋକ; ସେମାନଙ୍କ ମୁଖ ସିଂହ-ମୁଖ ତୁଲ୍ୟ ଓ ସେମାନେ ପର୍ବତସ୍ଥ ହରିଣ ତୁଲ୍ୟ ଦ୍ରୁତଗାମୀ।