ପ୍ରଥମ ବଂଶାବଳୀ 13

ଆଉ ଦାଉଦ ସେହି ଦିନ ପରମେଶ୍ୱରଙ୍କ ବିଷୟରେ ଭୟ ପାଇ କହିଲେ, “ମୁଁ କିପରି ପରମେଶ୍ୱରଙ୍କ ସିନ୍ଦୁକ ମୋʼ ନିକଟକୁ ଗୃହକୁ ଆଣିବି?”

1 Chronicles 13:12 (UKJV) And David was afraid of God that day, saying, How shall I bring the ark of God home to me?

10ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସିନ୍ଦୁକ ପ୍ରତି ହସ୍ତ ବିସ୍ତାର କରିବା ସକାଶୁ ସେ ତାହାକୁ ଆଘାତ କଲେ; ତହୁଁ ସେ ସେଠାରେ ପରମେଶ୍ୱରଙ୍କ ସାକ୍ଷାତରେ ମଲା।

11ପୁଣି, ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ; ଏଣୁ ସେ ସେହି ସ୍ଥାନର ନାମ “ପେରସ-ଉଷ” ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି।

12ଆଉ ଦାଉଦ ସେହି ଦିନ ପରମେଶ୍ୱରଙ୍କ ବିଷୟରେ ଭୟ ପାଇ କହିଲେ, “ମୁଁ କିପରି ପରମେଶ୍ୱରଙ୍କ ସିନ୍ଦୁକ ମୋʼ ନିକଟକୁ ଗୃହକୁ ଆଣିବି?”

13ତହୁଁ ଦାଉଦ ଦାଉଦ-ନଗରକୁ ଆପଣା ନିକଟକୁ ସିନ୍ଦୁକ ଆଣିଲେ ନାହିଁ, ମାତ୍ର ତାହା ନେଇ ପଥପାର୍ଶ୍ୱସ୍ଥ ଗାଥୀୟ ଓବେଦ୍‍-ଇଦୋମର ଗୃହରେ ରଖିଲେ।

14ତହିଁରେ ପରମେଶ୍ୱରଙ୍କ ସିନ୍ଦୁକ ଓବେଦ୍‍-ଇଦୋମର ପରିବାର ସହିତ ତାହାର ଗୃହରେ ତିନି ମାସ ରହିଲା; ପୁଣି, ସଦାପ୍ରଭୁ ଓବେଦ୍‍-ଇଦୋମର ଗୃହକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.