ପ୍ରଥମ ବଂଶାବଳୀ 13

ପୁଣି, ସେମାନେ ଗୋଟିଏ ନୂତନ ଶଗଡ଼ରେ ପରମେଶ୍ୱରଙ୍କ ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାର କରି ବୋହି ଆଣିଲେ; ଆଉ ଉଷ ଓ ଅହୀୟୋ ଶଗଡ଼ ଚଳାଇଲେ।

1 Chronicles 13:7 (UKJV) And they carried the ark of God in a new cart out of the house of Abinadab: and Uzza and Ahio drove the cart.

5ତହୁଁ କିରୀୟଥ୍‍-ଯିୟାରୀମ୍‍ରୁ ପରମେଶ୍ୱରଙ୍କ ସିନ୍ଦୁକ ଆଣିବା ନିମନ୍ତେ ଦାଉଦ ମିସରର ଶୀୟୋର ନଦୀଠାରୁ ହମାତର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲକୁ ଏକତ୍ର କଲେ।

6ଆଉ କିରୂବଗଣ ମଧ୍ୟରେ ଉପବିଷ୍ଟ ସଦାପ୍ରଭୁଙ୍କ ନାମରେ ଖ୍ୟାତ ପରମେଶ୍ୱରଙ୍କ ସିନ୍ଦୁକକୁ ଯିହୁଦାର ଅଧିକାରସ୍ଥ ବାଲାରୁ, ଅର୍ଥାତ୍‍, କିରୀୟଥ୍‍-ଯିୟାରୀମ୍‍ରୁ ଆଣିବା ପାଇଁ ଦାଉଦ ଓ ସମଗ୍ର ଇସ୍ରାଏଲ ସେହି ସ୍ଥାନକୁ ଗଲେ।

7ପୁଣି, ସେମାନେ ଗୋଟିଏ ନୂତନ ଶଗଡ଼ରେ ପରମେଶ୍ୱରଙ୍କ ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାର କରି ବୋହି ଆଣିଲେ; ଆଉ ଉଷ ଓ ଅହୀୟୋ ଶଗଡ଼ ଚଳାଇଲେ।

8ପୁଣି, ଦାଉଦ ଓ ସମଗ୍ର ଇସ୍ରାଏଲ ପରମେଶ୍ୱରଙ୍କ ସାକ୍ଷାତରେ ସମସ୍ତ ଶକ୍ତି ସହିତ ଗାୟନ କରି ବୀଣା ଓ ନେବଲ ଓ ଦାରା ଓ କରତାଳ ଓ ତୂରୀ ବଜାଇଲେ।

9ଆଉ ସେମାନେ କୀଦୋନ୍‍ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ସିନ୍ଦୁକ ଧରିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.