7ପୁଣି, ସେମାନେ ଗୋଟିଏ ନୂତନ ଶଗଡ଼ରେ ପରମେଶ୍ୱରଙ୍କ ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାର କରି ବୋହି ଆଣିଲେ; ଆଉ ଉଷ ଓ ଅହୀୟୋ ଶଗଡ଼ ଚଳାଇଲେ।
8ପୁଣି, ଦାଉଦ ଓ ସମଗ୍ର ଇସ୍ରାଏଲ ପରମେଶ୍ୱରଙ୍କ ସାକ୍ଷାତରେ ସମସ୍ତ ଶକ୍ତି ସହିତ ଗାୟନ କରି ବୀଣା ଓ ନେବଲ ଓ ଦାରା ଓ କରତାଳ ଓ ତୂରୀ ବଜାଇଲେ।
9ଆଉ ସେମାନେ କୀଦୋନ୍ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ସିନ୍ଦୁକ ଧରିଲା।
10ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସିନ୍ଦୁକ ପ୍ରତି ହସ୍ତ ବିସ୍ତାର କରିବା ସକାଶୁ ସେ ତାହାକୁ ଆଘାତ କଲେ; ତହୁଁ ସେ ସେଠାରେ ପରମେଶ୍ୱରଙ୍କ ସାକ୍ଷାତରେ ମଲା।
11ପୁଣି, ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ; ଏଣୁ ସେ ସେହି ସ୍ଥାନର ନାମ “ପେରସ-ଉଷ” ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି।