1ଏଥିଉତ୍ତାରେ ସୋରର ରାଜା ହୂରମ୍ ଦାଉଦଙ୍କ ନିକଟକୁ ଦୂତଗଣ ଓ ତାଙ୍କ ପାଇଁ ଗୃହ ନିର୍ମାଣ କରିବାକୁ ଏରସ କାଷ୍ଠ ଓ ରାଜମିସ୍ତ୍ରୀ ଓ ବଢ଼େଇମାନଙ୍କୁ ପଠାଇଲା।
2ତହିଁରେ ସଦାପ୍ରଭୁ ଯେ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ, ଏହା ସେ ବୁଝିଲେ, କାରଣ ତାହାଙ୍କ ଲୋକ ଇସ୍ରାଏଲ ସକାଶୁ ତାଙ୍କର ରାଜ୍ୟ ଉନ୍ନତିପ୍ରାପ୍ତ ହୋଇଥିଲା।
3ପୁଣି, ଦାଉଦ ଯିରୂଶାଲମରେ ଆହୁରି ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ।