9ଏହି ସମୟରେ ପଲେଷ୍ଟୀୟମାନେ ରଫାୟୀମ ତଳଭୂମିରେ ଚଢ଼ାଉ କରିଥିଲେ।
10ଏଥିରେ ଦାଉଦ ପରମେଶ୍ୱରଙ୍କୁ ପଚାରି କହିଲେ, “ମୁଁ କʼଣ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଉଠି ଯିବି? ତୁମ୍ଭେ କʼଣ ସେମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିବ?” ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, “ଉଠିଯାଅ, କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”
11ତହୁଁ ସେମାନେ ବାଲ୍-ପରାସୀମ୍କୁ ଆସନ୍ତେ, ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ତହିଁରେ ଦାଉଦ କହିଲେ, “ପରମେଶ୍ୱର ମୋʼ ହସ୍ତରେ ମୋହର ଶତ୍ରୁମାନଙ୍କୁ ଜଳ ଦ୍ୱାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି।” ଏହେତୁ ସେମାନେ ସେହି ସ୍ଥାନର ନାମ “ବାଲ୍-ପରାସୀମ୍” ରଖିଲେ।
12ଆଉ ସେଠାରେ ସେମାନେ ଆପଣାମାନଙ୍କ ଦେବତାମାନଙ୍କୁ ଛାଡ଼ି ଯାଇଥିଲେ; ପୁଣି, ଦାଉଦ ଆଜ୍ଞା କରନ୍ତେ, ସେହି ସବୁ ଅଗ୍ନିରେ ଦଗ୍ଧ କରାଗଲା।
13ଏଥିଉତ୍ତାରେ ପଲେଷ୍ଟୀୟମାନେ ପୁନର୍ବାର ତଳିଭୂମିରେ ଚଢ଼ାଉ କଲେ।