ପ୍ରଥମ ବଂଶାବଳୀ 14

ଏଥିଉତ୍ତାରେ ପଲେଷ୍ଟୀୟମାନେ ପୁନର୍ବାର ତଳିଭୂମିରେ ଚଢ଼ାଉ କଲେ।

1 Chronicles 14:13 (UKJV) And the Philistines yet again spread themselves abroad in the valley.

11ତହୁଁ ସେମାନେ ବାଲ୍‍-ପରାସୀମ୍‍କୁ ଆସନ୍ତେ, ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ତହିଁରେ ଦାଉଦ କହିଲେ, “ପରମେଶ୍ୱର ମୋʼ ହସ୍ତରେ ମୋହର ଶତ୍ରୁମାନଙ୍କୁ ଜଳ ଦ୍ୱାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି।” ଏହେତୁ ସେମାନେ ସେହି ସ୍ଥାନର ନାମ “ବାଲ୍‍-ପରାସୀମ୍‍” ରଖିଲେ।

12ଆଉ ସେଠାରେ ସେମାନେ ଆପଣାମାନଙ୍କ ଦେବତାମାନଙ୍କୁ ଛାଡ଼ି ଯାଇଥିଲେ; ପୁଣି, ଦାଉଦ ଆଜ୍ଞା କରନ୍ତେ, ସେହି ସବୁ ଅଗ୍ନିରେ ଦଗ୍ଧ କରାଗଲା।

13ଏଥିଉତ୍ତାରେ ପଲେଷ୍ଟୀୟମାନେ ପୁନର୍ବାର ତଳିଭୂମିରେ ଚଢ଼ାଉ କଲେ।

14ତହିଁରେ ଦାଉଦ ପରମେଶ୍ୱରଙ୍କୁ ପୁନର୍ବାର ପଚାରନ୍ତେ, ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭେ ସେମାନଙ୍କ ପଶ୍ଚାତ୍‍ ଯାଅ ନାହିଁ; ସେମାନଙ୍କ ନିକଟରୁ ଫେରିଯାଇ ତୂତ ବୃକ୍ଷ ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର।

15ପୁଣି, ତୁମ୍ଭେ ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ, ଯୁଦ୍ଧକୁ ବାହାରିବ; କାରଣ ପରମେଶ୍ୱର ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.