ପ୍ରଥମ ବଂଶାବଳୀ 14

ତହିଁରେ ପରମେଶ୍ୱର ଯେପରି ଆଜ୍ଞା କଲେ, ଦାଉଦ ସେହିପରି କଲେ; ପୁଣି, ସେମାନେ ଗିବୀୟୋନ୍‍ଠାରୁ ଗେଷର ପର୍ଯ୍ୟନ୍ତ ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କଲେ।

1 Chronicles 14:16 (UKJV) David therefore did as God commanded him: and they stroke the host of the Philistines from Gibeon even to Gazer.

14ତହିଁରେ ଦାଉଦ ପରମେଶ୍ୱରଙ୍କୁ ପୁନର୍ବାର ପଚାରନ୍ତେ, ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭେ ସେମାନଙ୍କ ପଶ୍ଚାତ୍‍ ଯାଅ ନାହିଁ; ସେମାନଙ୍କ ନିକଟରୁ ଫେରିଯାଇ ତୂତ ବୃକ୍ଷ ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର।

15ପୁଣି, ତୁମ୍ଭେ ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ, ଯୁଦ୍ଧକୁ ବାହାରିବ; କାରଣ ପରମେଶ୍ୱର ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।”

16ତହିଁରେ ପରମେଶ୍ୱର ଯେପରି ଆଜ୍ଞା କଲେ, ଦାଉଦ ସେହିପରି କଲେ; ପୁଣି, ସେମାନେ ଗିବୀୟୋନ୍‍ଠାରୁ ଗେଷର ପର୍ଯ୍ୟନ୍ତ ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କଲେ।

17ତହିଁରେ ଦାଉଦଙ୍କର ସୁଖ୍ୟାତି ସର୍ବଦେଶରେ ବ୍ୟାପିଗଲା; ପୁଣି, ସଦାପ୍ରଭୁ ସବୁ ଗୋଷ୍ଠୀ ମଧ୍ୟରେ ତାଙ୍କ ବିଷୟରେ ଭୟ ଜନ୍ମାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.