15ପୁଣି, ତୁମ୍ଭେ ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ, ଯୁଦ୍ଧକୁ ବାହାରିବ; କାରଣ ପରମେଶ୍ୱର ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।”
16ତହିଁରେ ପରମେଶ୍ୱର ଯେପରି ଆଜ୍ଞା କଲେ, ଦାଉଦ ସେହିପରି କଲେ; ପୁଣି, ସେମାନେ ଗିବୀୟୋନ୍ଠାରୁ ଗେଷର ପର୍ଯ୍ୟନ୍ତ ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କଲେ।
17ତହିଁରେ ଦାଉଦଙ୍କର ସୁଖ୍ୟାତି ସର୍ବଦେଶରେ ବ୍ୟାପିଗଲା; ପୁଣି, ସଦାପ୍ରଭୁ ସବୁ ଗୋଷ୍ଠୀ ମଧ୍ୟରେ ତାଙ୍କ ବିଷୟରେ ଭୟ ଜନ୍ମାଇଲେ।