ପ୍ରଥମ ବଂଶାବଳୀ 15

ତହିଁରେ ଲେବୀୟମାନେ ଯୋୟେଲର ପୁତ୍ର ହେମନକୁ ନିଯୁକ୍ତ କଲେ, ତାହାର ଭ୍ରାତୃଗଣ ମଧ୍ୟରୁ ବେରିଖୀୟର ପୁତ୍ର ଆସଫକୁ ଓ ସେମାନଙ୍କ ଭ୍ରାତୃଗଣ ମରାରି-ସନ୍ତାନମାନଙ୍କ ମଧ୍ୟରୁ କୁଶାୟାର ପୁତ୍ର ଏଥନ୍‍କୁ;

1 Chronicles 15:17 (UKJV) So the Levites appointed Heman the son of Joel; and of his brethren, Asaph the son of Berechiah; and of the sons of Merari their brethren, Ethan the son of Kushaiah;

15ପୁଣି, ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ମୋଶା ଯେପରି ଆଜ୍ଞା କରିଥିଲେ, ତଦନୁସାରେ ଲେବୀୟ ସନ୍ତାନମାନେ ପରମେଶ୍ୱରଙ୍କ ସିନ୍ଦୁକକୁ ତହିଁର ସାଙ୍ଗୀ ଦ୍ୱାରା ଆପଣା ଆପଣା କାନ୍ଧରେ ବୋହିଲେ।

16ଆଉ ଦାଉଦ ଲେବୀୟମାନଙ୍କର ପ୍ରଧାନବର୍ଗଙ୍କୁ କହିଲେ, ତୁମ୍ଭେମାନେ ଆପଣାମାନଙ୍କ ଗାୟକ ଭ୍ରାତୃଗଣକୁ ନେବଲ ଓ ବୀଣା ଓ କରତାଳ, ବାଦ୍ୟଯନ୍ତ୍ର ନେଇ ଉଚ୍ଚସ୍ୱରରେ ଆନନ୍ଦଧ୍ୱନି କରିବା ପାଇଁ ନିଯୁକ୍ତ କର।

17ତହିଁରେ ଲେବୀୟମାନେ ଯୋୟେଲର ପୁତ୍ର ହେମନକୁ ନିଯୁକ୍ତ କଲେ, ତାହାର ଭ୍ରାତୃଗଣ ମଧ୍ୟରୁ ବେରିଖୀୟର ପୁତ୍ର ଆସଫକୁ ଓ ସେମାନଙ୍କ ଭ୍ରାତୃଗଣ ମରାରି-ସନ୍ତାନମାନଙ୍କ ମଧ୍ୟରୁ କୁଶାୟାର ପୁତ୍ର ଏଥନ୍‍କୁ;

18ଆଉ ସେମାନଙ୍କ ସଙ୍ଗେ ସେମାନଙ୍କ ଦ୍ୱିତୀୟ ପଦସ୍ଥ ଭ୍ରାତୃଗଣକୁ, ଅର୍ଥାତ୍‍, ଜିଖରୀୟକୁ, ବେନ୍‍କୁ, ଯାସୀୟେଲକୁ, ଶମୀରାମୋତ୍‍‍କୁ, ଯିହୀୟେଲକୁ, ଉନ୍ନିକୁ, ଇଲୀୟାବ୍‍କୁ, ବନାୟକୁ, ମାସେୟକୁ, ମତ୍ତଥୀୟକୁ, ଇଲୀଫଲେହୁକୁ, ମିକ୍‍ନେୟକୁ, ଦ୍ୱାରପାଳ ଓବେଦ୍‍-ଇଦୋମକୁ ଓ ଯିୟୀୟେଲ୍‍କୁ ନିଯୁକ୍ତ କଲେ।

19ଏହିରୂପେ ହେମନ, ଆସଫ ଓ ଏଥନ୍‍ ଗାୟକମାନେ ପିତ୍ତଳର କରତାଳ ନେଇ ଉଚ୍ଚଧ୍ୱନି କରିବା ପାଇଁ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.