16ଆଉ ଦାଉଦ ଲେବୀୟମାନଙ୍କର ପ୍ରଧାନବର୍ଗଙ୍କୁ କହିଲେ, ତୁମ୍ଭେମାନେ ଆପଣାମାନଙ୍କ ଗାୟକ ଭ୍ରାତୃଗଣକୁ ନେବଲ ଓ ବୀଣା ଓ କରତାଳ, ବାଦ୍ୟଯନ୍ତ୍ର ନେଇ ଉଚ୍ଚସ୍ୱରରେ ଆନନ୍ଦଧ୍ୱନି କରିବା ପାଇଁ ନିଯୁକ୍ତ କର।
17ତହିଁରେ ଲେବୀୟମାନେ ଯୋୟେଲର ପୁତ୍ର ହେମନକୁ ନିଯୁକ୍ତ କଲେ, ତାହାର ଭ୍ରାତୃଗଣ ମଧ୍ୟରୁ ବେରିଖୀୟର ପୁତ୍ର ଆସଫକୁ ଓ ସେମାନଙ୍କ ଭ୍ରାତୃଗଣ ମରାରି-ସନ୍ତାନମାନଙ୍କ ମଧ୍ୟରୁ କୁଶାୟାର ପୁତ୍ର ଏଥନ୍କୁ;
18ଆଉ ସେମାନଙ୍କ ସଙ୍ଗେ ସେମାନଙ୍କ ଦ୍ୱିତୀୟ ପଦସ୍ଥ ଭ୍ରାତୃଗଣକୁ, ଅର୍ଥାତ୍, ଜିଖରୀୟକୁ, ବେନ୍କୁ, ଯାସୀୟେଲକୁ, ଶମୀରାମୋତ୍କୁ, ଯିହୀୟେଲକୁ, ଉନ୍ନିକୁ, ଇଲୀୟାବ୍କୁ, ବନାୟକୁ, ମାସେୟକୁ, ମତ୍ତଥୀୟକୁ, ଇଲୀଫଲେହୁକୁ, ମିକ୍ନେୟକୁ, ଦ୍ୱାରପାଳ ଓବେଦ୍-ଇଦୋମକୁ ଓ ଯିୟୀୟେଲ୍କୁ ନିଯୁକ୍ତ କଲେ।
19ଏହିରୂପେ ହେମନ, ଆସଫ ଓ ଏଥନ୍ ଗାୟକମାନେ ପିତ୍ତଳର କରତାଳ ନେଇ ଉଚ୍ଚଧ୍ୱନି କରିବା ପାଇଁ;
20ଆଉ ଜିଖରୀୟ, ଅସୀୟେଲ, ଶମୀରାମୋତ୍, ଯିହୀୟେଲ, ଉନ୍ନି, ଇଲୀୟାବ୍, ମାସେୟ ଓ ବନାୟ ନେବଲ ନେଇ ଅଲାମୋତ୍ ସ୍ୱର ବଜାଇବା ପାଇଁ;