23ଆଉ ବେରିଖୀୟ ଓ ଇଲ୍କାନା ସିନ୍ଦୁକର ଦ୍ୱାରରକ୍ଷକ ହେଲେ।
24ପୁଣି, ଶବନୀୟ, ଯୋଶାଫଟ୍, ନଥନେଲ, ଅମାସୟ, ଜିଖରୀୟ, ବନାୟ ଓ ଇଲୀୟେଜର ଯାଜକମାନେ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ତୂରୀ ବଜାଇଲେ; ଆଉ ଓବେଦ୍-ଇଦୋମ ଓ ଯିହୀୟ ସିନ୍ଦୁକର ଦ୍ୱାରରକ୍ଷକ ହେଲେ।
25ତହୁଁ ଦାଉଦ ଓ ଇସ୍ରାଏଲର ପ୍ରାଚୀନବର୍ଗ ଓ ସହସ୍ରପତିମାନେ ଓବେଦ୍-ଇଦୋମର ଗୃହରୁ ଆନନ୍ଦପୂର୍ବକ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବାକୁ ଗଲେ;
26ପୁଣି, ଯେଉଁ ଲେବୀୟମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିଲେ, ପରମେଶ୍ୱର ସେମାନଙ୍କର ସାହାଯ୍ୟ କରନ୍ତେ, ସେମାନେ ସାତ ବଳଦ ଓ ସାତ ମେଷ ବଳିଦାନ କଲେ।
27ଆଉ ଦାଉଦ, ସିନ୍ଦୁକ-ବାହକ ଲେବୀୟମାନେ, ଗାୟକମାନେ, ଗାୟକମାନଙ୍କ ସହିତ ଗୀତ-ଶିକ୍ଷକ କନନୀୟ, ସମସ୍ତେ ଶୁଭ୍ର କ୍ଷୌମବସ୍ତ୍ରର ଚୋଗା ପିନ୍ଧିଥିଲେ; ଆଉ ଦାଉଦଙ୍କର ଦେହରେ ଶୁଭ୍ର କ୍ଷୌମବସ୍ତ୍ରର ଏଫୋଦ ଥିଲା।