ପ୍ରଥମ ବଂଶାବଳୀ 15

ପୁଣି, ଯେଉଁ ଲେବୀୟମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିଲେ, ପରମେଶ୍ୱର ସେମାନଙ୍କର ସାହାଯ୍ୟ କରନ୍ତେ, ସେମାନେ ସାତ ବଳଦ ଓ ସାତ ମେଷ ବଳିଦାନ କଲେ।

1 Chronicles 15:26 (UKJV) And it came to pass, when God helped the Levites that bare the ark of the covenant of the LORD, that they offered seven bullocks and seven rams.

24ପୁଣି, ଶବନୀୟ, ଯୋଶାଫଟ୍‍, ନଥନେଲ, ଅମାସୟ, ଜିଖରୀୟ, ବନାୟ ଓ ଇଲୀୟେଜର ଯାଜକମାନେ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ତୂରୀ ବଜାଇଲେ; ଆଉ ଓବେଦ୍‍-ଇଦୋମ ଓ ଯିହୀୟ ସିନ୍ଦୁକର ଦ୍ୱାରରକ୍ଷକ ହେଲେ।

25ତହୁଁ ଦାଉଦ ଓ ଇସ୍ରାଏଲର ପ୍ରାଚୀନବର୍ଗ ଓ ସହସ୍ରପତିମାନେ ଓବେଦ୍‍-ଇଦୋମର ଗୃହରୁ ଆନନ୍ଦପୂର୍ବକ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବାକୁ ଗଲେ;

26ପୁଣି, ଯେଉଁ ଲେବୀୟମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିଲେ, ପରମେଶ୍ୱର ସେମାନଙ୍କର ସାହାଯ୍ୟ କରନ୍ତେ, ସେମାନେ ସାତ ବଳଦ ଓ ସାତ ମେଷ ବଳିଦାନ କଲେ।

27ଆଉ ଦାଉଦ, ସିନ୍ଦୁକ-ବାହକ ଲେବୀୟମାନେ, ଗାୟକମାନେ, ଗାୟକମାନଙ୍କ ସହିତ ଗୀତ-ଶିକ୍ଷକ କନନୀୟ, ସମସ୍ତେ ଶୁଭ୍ର କ୍ଷୌମବସ୍ତ୍ରର ଚୋଗା ପିନ୍ଧିଥିଲେ; ଆଉ ଦାଉଦଙ୍କର ଦେହରେ ଶୁଭ୍ର କ୍ଷୌମବସ୍ତ୍ରର ଏଫୋଦ ଥିଲା।

28ଏହିରୂପେ ଉଚ୍ଚସ୍ୱରରେ ଜୟଧ୍ୱନି କରି ଶିଙ୍ଗା, ତୂରୀ, କରତାଳ, ନେବଲ ଓ ବୀଣା ବଜାଇ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.