1ଏଥିଉତ୍ତାରେ ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଭିତରକୁ ଆଣି, ଦାଉଦ ତହିଁ ନିମନ୍ତେ ଯେଉଁ ତମ୍ବୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ଆଉ ସେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
2ପୁଣି, ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବାର ସମାପ୍ତ କଲା ଉତ୍ତାରେ ସେ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ।
3ଆଉ ସେ ଇସ୍ରାଏଲର ପ୍ରତ୍ୟେକ ଲୋକକୁ, ପୁରୁଷ ଓ ସ୍ତ୍ରୀ ପ୍ରତି ଜଣଙ୍କୁ ଏକ ଏକ ରୁଟି, ମାଂସର ଏକ ଏକ ଅଂଶ, ଏକ ଏକ ଖଣ୍ଡ ଦ୍ରାକ୍ଷାଚକ୍ତି ପରିବେଷଣ କଲେ।