9ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକର୍ମ ବିଷୟରେ କଥୋପକଥନ କର।
10ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ।
11ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ଶକ୍ତିର ଅନ୍ୱେଷଣ କର, ସର୍ବଦା ତାହାଙ୍କ ମୁଖର ଅନ୍ୱେଷଣ କର।
12ହେ ତାହାଙ୍କ ଦାସ ଇସ୍ରାଏଲର ବଂଶ, ହେ ଯାକୁବର ସନ୍ତାନଗଣ, ତାହାଙ୍କର ମନୋନୀତ ଲୋକ,
13ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକ୍ରିୟା, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର।