12ହେ ତାହାଙ୍କ ଦାସ ଇସ୍ରାଏଲର ବଂଶ, ହେ ଯାକୁବର ସନ୍ତାନଗଣ, ତାହାଙ୍କର ମନୋନୀତ ଲୋକ,
13ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକ୍ରିୟା, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର।
14ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ ଅଛି।
15ତାହାଙ୍କ ନିୟମ ଚିରକାଳ ସ୍ମରଣ କର, ସେହି ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଅଛନ୍ତି;
16ସେହି ନିୟମ ସେ ଅବ୍ରହାମଙ୍କ ସଙ୍ଗେ କରିଥିଲେ ଓ ସେହି ଶପଥ ସେ ଇସ୍ହାକଙ୍କ ପ୍ରତି କରିଥିଲେ;