17ପୁଣି, ସେ ତାହା ବିଧି ରୂପେ ଯାକୁବଙ୍କ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଇସ୍ରାଏଲ ପ୍ରତି ସ୍ଥିର କଲେ।
18ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭମାନଙ୍କ ଅଧିକାରର ବାଣ୍ଟ ସେହି କିଣାନ ଦେଶ ତୁମ୍ଭକୁ ଦେବା;”
19ସେହି ସମୟରେ ତୁମ୍ଭେମାନେ କେବଳ ଅଳ୍ପସଂଖ୍ୟକ, ଅତି ଅଳ୍ପ ଲୋକ ଓ ତହିଁ ମଧ୍ୟରେ ପ୍ରବାସୀ ଥିଲ;
20ଆଉ ସେମାନେ ଏକ ଗୋଷ୍ଠୀରୁ ଅନ୍ୟ ଗୋଷ୍ଠୀ ଓ ଏକ ରାଜ୍ୟରୁ ଅନ୍ୟ ଲୋକମାନଙ୍କ ନିକଟକୁ ଭ୍ରମଣ କଲେ।
21ସେ କୌଣସି ଲୋକକୁ ସେମାନଙ୍କ ପ୍ରତି ଉପଦ୍ରବ କରିବାକୁ ଦେଲେ ନାହିଁ; ଆହୁରି ସେ ସେମାନଙ୍କ ସକାଶୁ ରାଜାମାନଙ୍କୁ ଅନୁଯୋଗ କଲେ;