19ସେହି ସମୟରେ ତୁମ୍ଭେମାନେ କେବଳ ଅଳ୍ପସଂଖ୍ୟକ, ଅତି ଅଳ୍ପ ଲୋକ ଓ ତହିଁ ମଧ୍ୟରେ ପ୍ରବାସୀ ଥିଲ;
20ଆଉ ସେମାନେ ଏକ ଗୋଷ୍ଠୀରୁ ଅନ୍ୟ ଗୋଷ୍ଠୀ ଓ ଏକ ରାଜ୍ୟରୁ ଅନ୍ୟ ଲୋକମାନଙ୍କ ନିକଟକୁ ଭ୍ରମଣ କଲେ।
21ସେ କୌଣସି ଲୋକକୁ ସେମାନଙ୍କ ପ୍ରତି ଉପଦ୍ରବ କରିବାକୁ ଦେଲେ ନାହିଁ; ଆହୁରି ସେ ସେମାନଙ୍କ ସକାଶୁ ରାଜାମାନଙ୍କୁ ଅନୁଯୋଗ କଲେ;
22କହିଲେ, “ଆମ୍ଭର ଅଭିଷିକ୍ତମାନଙ୍କୁ ସ୍ପର୍ଶ ନ କର ଓ ଆମ୍ଭର ଭବିଷ୍ୟଦ୍ବକ୍ତାମାନଙ୍କ ପ୍ରତି କୌଣସି କ୍ଷତି ନ କର।”
23ହେ ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ଦିନକୁ ଦିନ ତାହାଙ୍କ କୃତ ପରିତ୍ରାଣ ପ୍ରକାଶ କର।