ପ୍ରଥମ ବଂଶାବଳୀ 16

ହେ ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ଦିନକୁ ଦିନ ତାହାଙ୍କ କୃତ ପରିତ୍ରାଣ ପ୍ରକାଶ କର।

1 Chronicles 16:23 (UKJV) Sing unto the LORD, all the earth; show forth from day to day his salvation.

21ସେ କୌଣସି ଲୋକକୁ ସେମାନଙ୍କ ପ୍ରତି ଉପଦ୍ରବ କରିବାକୁ ଦେଲେ ନାହିଁ; ଆହୁରି ସେ ସେମାନଙ୍କ ସକାଶୁ ରାଜାମାନଙ୍କୁ ଅନୁଯୋଗ କଲେ;

22କହିଲେ, “ଆମ୍ଭର ଅଭିଷିକ୍ତମାନଙ୍କୁ ସ୍ପର୍ଶ ନ କର ଓ ଆମ୍ଭର ଭବିଷ୍ୟଦ୍‍ବକ୍ତାମାନଙ୍କ ପ୍ରତି କୌଣସି କ୍ଷତି ନ କର।”

23ହେ ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ଦିନକୁ ଦିନ ତାହାଙ୍କ କୃତ ପରିତ୍ରାଣ ପ୍ରକାଶ କର।

24ନାନା ଦେଶୀୟଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମୁଦାୟ ଗୋଷ୍ଠୀ ମଧ୍ୟରେ ତାହାଙ୍କର ଆଶ୍ଚର୍ଯ୍ୟକ୍ରିୟା ପ୍ରଚାର କର।

25କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ ଅଟନ୍ତି; ମଧ୍ୟ ସେ ସକଳ ଦେବତା ଅପେକ୍ଷା ଭୟଯୋଗ୍ୟ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.