ପ୍ରଥମ ବଂଶାବଳୀ 16

କାରଣ, ନାନା ଗୋଷ୍ଠୀୟମାନଙ୍କ ଦେବତାସବୁ ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା।

1 Chronicles 16:26 (UKJV) For all the gods of the people are idols: but the LORD made the heavens.

24ନାନା ଦେଶୀୟଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମୁଦାୟ ଗୋଷ୍ଠୀ ମଧ୍ୟରେ ତାହାଙ୍କର ଆଶ୍ଚର୍ଯ୍ୟକ୍ରିୟା ପ୍ରଚାର କର।

25କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ ଅଟନ୍ତି; ମଧ୍ୟ ସେ ସକଳ ଦେବତା ଅପେକ୍ଷା ଭୟଯୋଗ୍ୟ।

26କାରଣ, ନାନା ଗୋଷ୍ଠୀୟମାନଙ୍କ ଦେବତାସବୁ ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା।

27ସମ୍ଭ୍ରମ ଓ ପ୍ରଭାବ ତାହାଙ୍କର ଅଗ୍ରବର୍ତ୍ତୀ, ଶକ୍ତି ଓ ଆହ୍ଲାଦ ତାହାଙ୍କ ସ୍ଥାନରେ ବିଦ୍ୟମାନ।

28ହେ ନାନା ଦେଶୀୟ ଗୋଷ୍ଠୀସମୂହ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.