26କାରଣ, ନାନା ଗୋଷ୍ଠୀୟମାନଙ୍କ ଦେବତାସବୁ ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା।
27ସମ୍ଭ୍ରମ ଓ ପ୍ରଭାବ ତାହାଙ୍କର ଅଗ୍ରବର୍ତ୍ତୀ, ଶକ୍ତି ଓ ଆହ୍ଲାଦ ତାହାଙ୍କ ସ୍ଥାନରେ ବିଦ୍ୟମାନ।
28ହେ ନାନା ଦେଶୀୟ ଗୋଷ୍ଠୀସମୂହ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର।
29ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ଛାମୁକୁ ଆସ; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର।
30ସମୁଦାୟ ପୃଥିବୀ! ତାହାଙ୍କ ଛାମୁରେ କମ୍ପମାନ ହୁଅ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ନୋହିବ।