32ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ; କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ;
33ସେତେବେଳେ ବନସ୍ଥ ବୃକ୍ଷଶ୍ରେଣୀ ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦରେ ଗାନ କରିବେ, କାରଣ, ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି।
34ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ, ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
35ଆଉ, ତୁମ୍ଭେମାନେ କୁହ, “ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ତ୍ରାଣ କର, ଆମ୍ଭମାନଙ୍କୁ ସଂଗ୍ରହ କର ଓ ଦେଶୀୟମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ଆମ୍ଭେମାନେ ତୁମ୍ଭ ପବିତ୍ର ନାମର ଧନ୍ୟବାଦ କରିବା ଓ ତୁମ୍ଭ ପ୍ରଶଂସାରେ ଜୟଧ୍ୱନି କରିବା।”
36ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ। ଏଥିରେ ସମଗ୍ର ଲୋକ କହିଲେ, “ଆମେନ୍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ।