35ଆଉ, ତୁମ୍ଭେମାନେ କୁହ, “ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ତ୍ରାଣ କର, ଆମ୍ଭମାନଙ୍କୁ ସଂଗ୍ରହ କର ଓ ଦେଶୀୟମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ଆମ୍ଭେମାନେ ତୁମ୍ଭ ପବିତ୍ର ନାମର ଧନ୍ୟବାଦ କରିବା ଓ ତୁମ୍ଭ ପ୍ରଶଂସାରେ ଜୟଧ୍ୱନି କରିବା।”
36ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ। ଏଥିରେ ସମଗ୍ର ଲୋକ କହିଲେ, “ଆମେନ୍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ।
37ଏଥିଉତ୍ତାରେ ଦାଉଦ ପ୍ରତିଦିନର ପ୍ରୟୋଜନାନୁସାରେ ସିନ୍ଦୁକ ସମ୍ମୁଖରେ ନିତ୍ୟ ପରିଚର୍ଯ୍ୟା କରିବା ନିମନ୍ତେ ଆସଫକୁ ଓ ତାହାର ଭ୍ରାତୃଗଣକୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ରଖିଲେ
38ଆଉ ଓବେଦ୍-ଇଦୋମ ଓ ସେମାନଙ୍କର ଅଠଷଠି ଜଣ ଭ୍ରାତା; ମଧ୍ୟ ଯିଦୂଥୂନ୍ର ପୁତ୍ର ଓବେଦ୍-ଇଦୋମ, ଆଉ ହୋଷା ଦ୍ୱାରପାଳ ହେଲେ
39ଆଉ, ଇସ୍ରାଏଲ ପ୍ରତି ଆଦିଷ୍ଟ ସଦାପ୍ରଭୁଙ୍କ ବ୍ୟବସ୍ଥାର ସମସ୍ତ ଲିଖନ-ପ୍ରମାଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବେଦି ଉପରେ ନିତ୍ୟ ପ୍ରାତଃକାଳୀନ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କରିବା ପାଇଁ