ପ୍ରଥମ ବଂଶାବଳୀ 16

ଆଉ ଓବେଦ୍‍-ଇଦୋମ ଓ ସେମାନଙ୍କର ଅଠଷଠି ଜଣ ଭ୍ରାତା; ମଧ୍ୟ ଯିଦୂଥୂନ୍‍‍ର ପୁତ୍ର ଓବେଦ୍‍-ଇଦୋମ, ଆଉ ହୋଷା ଦ୍ୱାରପାଳ ହେଲେ

1 Chronicles 16:38 (UKJV) And Obededom with their brethren, threescore and eight; Obededom also the son of Jeduthun and Hosah to be porters:

36ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ। ଏଥିରେ ସମଗ୍ର ଲୋକ କହିଲେ, “ଆମେନ୍‍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ।

37ଏଥିଉତ୍ତାରେ ଦାଉଦ ପ୍ରତିଦିନର ପ୍ରୟୋଜନାନୁସାରେ ସିନ୍ଦୁକ ସମ୍ମୁଖରେ ନିତ୍ୟ ପରିଚର୍ଯ୍ୟା କରିବା ନିମନ୍ତେ ଆସଫକୁ ଓ ତାହାର ଭ୍ରାତୃଗଣକୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ରଖିଲେ

38ଆଉ ଓବେଦ୍‍-ଇଦୋମ ଓ ସେମାନଙ୍କର ଅଠଷଠି ଜଣ ଭ୍ରାତା; ମଧ୍ୟ ଯିଦୂଥୂନ୍‍‍ର ପୁତ୍ର ଓବେଦ୍‍-ଇଦୋମ, ଆଉ ହୋଷା ଦ୍ୱାରପାଳ ହେଲେ

39ଆଉ, ଇସ୍ରାଏଲ ପ୍ରତି ଆଦିଷ୍ଟ ସଦାପ୍ରଭୁଙ୍କ ବ୍ୟବସ୍ଥାର ସମସ୍ତ ଲିଖନ-ପ୍ରମାଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବେଦି ଉପରେ ନିତ୍ୟ ପ୍ରାତଃକାଳୀନ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କରିବା ପାଇଁ

40ସାଦୋକ ଯାଜକ ଓ ତାହାର ଯାଜକ-ଭ୍ରାତୃଗଣ ଗିବୀୟୋନ୍‍ସ୍ଥ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ରହିଲେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.