2ପୁଣି, ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବାର ସମାପ୍ତ କଲା ଉତ୍ତାରେ ସେ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ।
3ଆଉ ସେ ଇସ୍ରାଏଲର ପ୍ରତ୍ୟେକ ଲୋକକୁ, ପୁରୁଷ ଓ ସ୍ତ୍ରୀ ପ୍ରତି ଜଣଙ୍କୁ ଏକ ଏକ ରୁଟି, ମାଂସର ଏକ ଏକ ଅଂଶ, ଏକ ଏକ ଖଣ୍ଡ ଦ୍ରାକ୍ଷାଚକ୍ତି ପରିବେଷଣ କଲେ।
4ଏଉତ୍ତାରେ ସେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ସ୍ମରଣ ଓ ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ କେତେକ ଲେବୀୟ ଲୋକଙ୍କୁ ନିଯୁକ୍ତ କଲେ।
5ସେମାନଙ୍କ ମଧ୍ୟରେ ଆସଫ ପ୍ରଧାନ, ଦ୍ୱିତୀୟ ଜିଖରୀୟ, ଆଉ ଯୀୟୟେଲ, ଶମୀରାମୋତ୍, ଯିହୀୟେଲ, ମତ୍ତଥୀୟ, ଇଲୀୟାବ୍, ବନାୟ, ଓବେଦ୍-ଇଦୋମ ଓ ଯିୟୀୟେଲ୍ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ନେବଲ, ବୀଣା ଓ ଆସଫ ଉଚ୍ଚଧ୍ୱନିର କରତାଳ;
6ଆଉ ବନାୟ ଓ ଯହସୀୟେଲ ଯାଜକମାନେ ତୂରୀ ନିତ୍ୟ ବଜାଇଲେ।