ପ୍ରଥମ ବଂଶାବଳୀ 16

ସାଦୋକ ଯାଜକ ଓ ତାହାର ଯାଜକ-ଭ୍ରାତୃଗଣ ଗିବୀୟୋନ୍‍ସ୍ଥ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ରହିଲେ;

1 Chronicles 16:40 (UKJV) To offer burnt offerings unto the LORD upon the altar of the burnt offering continually morning and evening, and to do according to all that is written in the law of the LORD, which he commanded Israel;

38ଆଉ ଓବେଦ୍‍-ଇଦୋମ ଓ ସେମାନଙ୍କର ଅଠଷଠି ଜଣ ଭ୍ରାତା; ମଧ୍ୟ ଯିଦୂଥୂନ୍‍‍ର ପୁତ୍ର ଓବେଦ୍‍-ଇଦୋମ, ଆଉ ହୋଷା ଦ୍ୱାରପାଳ ହେଲେ

39ଆଉ, ଇସ୍ରାଏଲ ପ୍ରତି ଆଦିଷ୍ଟ ସଦାପ୍ରଭୁଙ୍କ ବ୍ୟବସ୍ଥାର ସମସ୍ତ ଲିଖନ-ପ୍ରମାଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବେଦି ଉପରେ ନିତ୍ୟ ପ୍ରାତଃକାଳୀନ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କରିବା ପାଇଁ

40ସାଦୋକ ଯାଜକ ଓ ତାହାର ଯାଜକ-ଭ୍ରାତୃଗଣ ଗିବୀୟୋନ୍‍ସ୍ଥ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ରହିଲେ;

41ପୁଣି, ସଦାପ୍ରଭୁଙ୍କ ଦୟା ଅନନ୍ତକାଳସ୍ଥାୟୀ, ଏହେତୁ ତାହାଙ୍କ ଧନ୍ୟବାଦ କରିବା ପାଇଁ ହେମନ ଓ ଯିଦୂଥୂନ୍‍; ପୁଣି, ଯେଉଁ ଅବଶିଷ୍ଟ ମନୋନୀତ ଲୋକମାନଙ୍କ ନାମ ଲେଖାଗଲା, ସେମାନେ ଉକ୍ତ ଲୋକଙ୍କ ସଙ୍ଗେ ରହିଲେ।

42ଆଉ, ହେମନ, ଯିଦୂଥୂନ୍‍ ତୂରୀ, କରତାଳ ଓ ପରମେଶ୍ୱରଙ୍କ ଗୀତାର୍ଥକ ବାଦ୍ୟଯନ୍ତ୍ର ବଜାଇବା ପାଇଁ ଉଚ୍ଚଧ୍ୱନିକାରୀମାନଙ୍କ ସଙ୍ଗରେ ରହିଲେ; ଆଉ ଯିଦୂଥୂନ୍‍‍ର ପୁତ୍ରମାନେ ଦ୍ୱାରପାଳ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.