40ସାଦୋକ ଯାଜକ ଓ ତାହାର ଯାଜକ-ଭ୍ରାତୃଗଣ ଗିବୀୟୋନ୍ସ୍ଥ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ରହିଲେ;
41ପୁଣି, ସଦାପ୍ରଭୁଙ୍କ ଦୟା ଅନନ୍ତକାଳସ୍ଥାୟୀ, ଏହେତୁ ତାହାଙ୍କ ଧନ୍ୟବାଦ କରିବା ପାଇଁ ହେମନ ଓ ଯିଦୂଥୂନ୍; ପୁଣି, ଯେଉଁ ଅବଶିଷ୍ଟ ମନୋନୀତ ଲୋକମାନଙ୍କ ନାମ ଲେଖାଗଲା, ସେମାନେ ଉକ୍ତ ଲୋକଙ୍କ ସଙ୍ଗେ ରହିଲେ।
42ଆଉ, ହେମନ, ଯିଦୂଥୂନ୍ ତୂରୀ, କରତାଳ ଓ ପରମେଶ୍ୱରଙ୍କ ଗୀତାର୍ଥକ ବାଦ୍ୟଯନ୍ତ୍ର ବଜାଇବା ପାଇଁ ଉଚ୍ଚଧ୍ୱନିକାରୀମାନଙ୍କ ସଙ୍ଗରେ ରହିଲେ; ଆଉ ଯିଦୂଥୂନ୍ର ପୁତ୍ରମାନେ ଦ୍ୱାରପାଳ ହେଲେ।
43ଏଥିଉତ୍ତାରେ ସମଗ୍ର ଲୋକ ପ୍ରସ୍ଥାନ କରି ଆପଣା ଆପଣା ଗୃହକୁ ଗଲେ; ଆଉ, ଦାଉଦ ଆପଣାର ପରିଜନବର୍ଗକୁ ଆଶୀର୍ବାଦ କରିବା ପାଇଁ ଫେରିଗଲେ।