ପ୍ରଥମ ବଂଶାବଳୀ 16

ଆଉ ବନାୟ ଓ ଯହସୀୟେଲ ଯାଜକମାନେ ତୂରୀ ନିତ୍ୟ ବଜାଇଲେ।

1 Chronicles 16:6 (UKJV) Benaiah also and Jahaziel the priests with trumpets continually before the ark of the covenant of God.

4ଏଉତ୍ତାରେ ସେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ସ୍ମରଣ ଓ ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ କେତେକ ଲେବୀୟ ଲୋକଙ୍କୁ ନିଯୁକ୍ତ କଲେ।

5ସେମାନଙ୍କ ମଧ୍ୟରେ ଆସଫ ପ୍ରଧାନ, ଦ୍ୱିତୀୟ ଜିଖରୀୟ, ଆଉ ଯୀୟୟେଲ, ଶମୀରାମୋତ୍‍, ଯିହୀୟେଲ, ମତ୍ତଥୀୟ, ଇଲୀୟାବ୍‍, ବନାୟ, ଓବେଦ୍‍-ଇଦୋମ ଓ ଯିୟୀୟେଲ୍‍ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ନେବଲ, ବୀଣା ଓ ଆସଫ ଉଚ୍ଚଧ୍ୱନିର କରତାଳ;

6ଆଉ ବନାୟ ଓ ଯହସୀୟେଲ ଯାଜକମାନେ ତୂରୀ ନିତ୍ୟ ବଜାଇଲେ।

7ଆଉ ସେହି ଦିନ ଦାଉଦ ପ୍ରଥମେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦ କରିବାର ଭାର ଆସଫ ଓ ତାହାର ଭ୍ରାତୃଗଣର ହସ୍ତରେ ସମର୍ପଣ କଲେ।

8ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, ତାହାଙ୍କ ନାମରେ ପ୍ରାର୍ଥନା କର; ଲୋକମାନଙ୍କ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.